ମୁଖ୍ୟ ଖବର

ଚଣ୍ଡିଖୋଲରେ ୧୯,୬୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମାର୍ଚ୍ଚ ୪-୬, ୨୦୨୪ ରେ ତେଲଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ। ମାର୍ଚ୍ଚ ୫ ତାରିଖ ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ପ୍ରଧାନମନ୍ତ୍ରୀ ଯାଜପୁରର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ। ଏହି ପ୍ରକଳ୍ପ ଗୁଡ଼ିକ ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରର ଅଟେ।ପ୍ରଧାନମନ୍ତ୍ରୀ ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ମନୋ ଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ କରିବେ ଯାହା ଭାରତର ଆମଦାନୀ ନିର୍ଭରଶୀଳତାକୁ ହ୍ରାସ କରିବାରେ ଆହୁରି ସହାୟକ ହେବ। ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବର ପ୍ରଡକ୍ଟ ପାଇପଲାଇନକୁ ଉଦଘାଟନ କରିବେ। ଭାରତର ପୂର୍ବ ଉପକୂଳରେ ଆମଦାନୀ ଭିତ୍ତିଭୂମି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ପାରାଦୀପରେ ୦.୬ ଏମଏମଟିପିଏ ଏଲପିଜି ଆମଦାନୀ ସୁବିଧାର ଉଦଘାଟନ କରିବେ।

Leave a Reply

Your email address will not be published. Required fields are marked *