ରାଜନୀତି

ବିଜେପିରେ ମିଶିଲେ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ବର: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଏମାନଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରାଯାଇଥିଲା।ଏହି ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ, ବିଜେପି ପ୍ରାକ୍ତନ ସଭାପତି ସମୀର ମହାନ୍ତି ଓ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଏତଦବ୍ୟତୀତ ଉକ୍ତ ତିନି ନେତାଙ୍କ ବହୁ ସମର୍ଥକ ବି ବିଜେପିରେ ସାମିଲ ହୋଇଛନ୍ତି।

Leave a Reply

Your email address will not be published. Required fields are marked *