ମୁଖ୍ୟ ଖବର

ହୋଲିରେ ଗଡ଼ିଲା ମୁଣ୍ଡ: ବାପା ମୃତ

ଆଠଗଡ: ହୋଲିରେ ଆଜି ମୁଣ୍ଡ ଗଡିଛି | କିଛି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି | କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ପଞ୍ଚାୟତ ସ୍ଥିତ ସୁରେନ୍ଦ୍ରପାଟଣା ଗ୍ରାମର ମୁଣ୍ଡିଆ ସାହିରେ ଆଜି ସକାଳେ ଗୋଟିଏ ପରିବାରର ତିନିଜଣଙ୍କୁ ଅମାନୁଷିକ ଭାବେ ଆକ୍ରମଣ କରାଯାଇଛି ।ଆଉ ଏହି ଆକ୍ରମଣରେ ବାପାଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ମା-ଝିଅ ଗୁରୁତର ଆହତ ହୋଇଛନ୍ତି | ଉଭୟନକୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି | ଅଭିଯୁକ୍ତମାନେ ଫେରାର ହୋଇଯାଇଥିବାବେଳେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି | ତେବେ ପୁର୍ବଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି |

Leave a Reply

Your email address will not be published. Required fields are marked *