ରାଜ୍ୟ

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା । ।

ମଙ୍ଗଳ ଆରତୀ ପରେ ମଇଲମ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଥିଲା । ସେପଟେ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ହେବାନେଇ ନୀତି ନିର୍ଘଣ୍ଟ ହୋଇଛି ।

Leave a Reply

Your email address will not be published. Required fields are marked *