ଓଡିଶା ଛୁଇଁଲା ମୌସୁମୀ: ପ୍ରଭାବରେ ମାଲକାନଗିରିରେ ପ୍ରବଳ ବର୍ଷା
ଭୁବନେଶ୍ବର: ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଛି । ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଆଜି ମୌସୁମୀ ବାୟୁ ସକ୍ରିୟ ରହିଛି। ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ, ଜୁନ୍ ୫ରେ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁଥିଲା। ଏହା ସମଗ୍ର ଦକ୍ଷିଣ ଆରବ ସାଗର, କେନ୍ଦ୍ରୀୟ ଆରବ ସାଗରର କିଛି ଅଂଶ, ଲାକ୍ଷାଦ୍ବୀପ, କେରଳ, ଉପକୂଳ ତଥା ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ, ତାମିଲନାଡୁ ଏବଂ ବଙ୍ଗୋପସାଗରର କିଛି ଅଂଶ ଉପରେ ଅଗ୍ରଗତି କରିଥିଲା।