ମୁଖ୍ୟ ଖବର

ମୋଦୀଙ୍କ ଶପଥ ବେଳେ ଉପସ୍ଥିତ ରହିବେ ୮ ରାଷ୍ଟ୍ରମୁଖ୍ୟ

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ନ୍ଧ୍ୟା ୭ଟା୧୫ରେ ଏନଡିଏ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ । ଏଥିସହ କେନ୍ଦ୍ର ମୋଦୀ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ମିଳିବ ସ୍ଥାନ, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ପ୍ରଧାନମନ୍ତ୍ରୀ ୯ ଜୁନ ୨୦୨୪ ରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଶପଥ ଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନରେ ହେବାକୁ ଯାଉଛି ।ଏହି ଶପଥ ଗ୍ରହଣ ଉତ୍ସବରେ ୮ହଜାର ଅଧିକ ,ରାଷ୍ଟ୍ରମଖ୍ୟ ଯୋଗ ଦେବେ । ଏଥିସହ ବିଶେଷ ଅତିଥିଙ୍କୁ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଆମନ୍ତ୍ରଣ କରାଯାଇଛି । ସେମାନେ ହେଉଛନ୍ତି ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ୱିକ୍ରେମସିଂହେ, ମାଳଦୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ସେସେଲସର ଉପରାଷ୍ଟ୍ରପତି ଅହମ୍ମଦ ଅଫିଫ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହସିନ। ଏହି ସବୁ ରାଷ୍ଟ୍ରମୁଖ୍ୟମାନଙ୍କୁ ବିଶେଷ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି ।ଏଥିସହ ସୋରିସସ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜୁଗ୍‌ନଥ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲଙ୍କୁ ବି ଆମନ୍ତ୍ରଣ କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେମାନେ ମଧ୍ୟ ନିଶ୍ଚିତ କରିଛନ୍ତି । ଏଥିସହ ରାଷ୍ଟ୍ରପତିଙ୍କ ସହ ସନ୍ଧ୍ୟା ଭୋଜନର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏଥିସହ ଆହୁରି ମଧ୍ୟ କୁହାଯାଉଛି କି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାକୁ ଅଧିକ ପ୍ରାଧାନ୍ୟ ମିଳିପାରେ ।କାରଣ ପ୍ରଥମଥର ଓଡ଼ିଶାରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି ବିଜେପି । ତେଣିକି ତାହା ବିଧାନସଭା ହେଉ କି ଲୋକସଭା । ଲୋକସଭା ସାଂସଦଙ୍କ ମଧ୍ୟରୁ ଅତି କମରେ ତିନିଜଣ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ରହିଛି । ୨୦ଜଣ ସାଂସଦଙ୍କ ମଧ୍ୟରୁ ୧୦ ଜଣ ଏକାଧିକଥର ଲୋକସଭାରେ ପ୍ରତିନିଧିତ୍ୱ କରିସାରିଛନ୍ତି । ସେମାନେ ହେଲେ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅନନ୍ତ ନାୟକ, ପ୍ରତାପ ଷଡଙ୍ଗୀ, ସଂଗୀତ କୁମାରୀ ସିଂଦେଓ, ବୈଜୟନ୍ତ ପଣ୍ଡା, ବଳଭଦ୍ର ମାଝି, ଭର୍ତୃହରି ମହତାବ, ଅପରାଜିତା ଷଡଙ୍ଗୀ ଓ ବିଭୁ ପ୍ରସାଦ ତରାଇ ।ଏମାନଙ୍କ ମଧ୍ୟରୁ ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ ଓ ଅପରାଜିତା ଷଡଙ୍ଗୀଙ୍କ ନାଁ ଆଗରେ ରହିଛି । ଯଦି ଧର୍ମେନ୍ଦ୍ରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଏ, ତେବେ ଅନ୍ୟ ତିନିଜଣଙ୍କୁ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ସେହିପରି ବାଚସ୍ପତି ପଦବୀ ପାଇଁ ଭର୍ତୃହରିଙ୍କ ନାଁ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ତେବେ କାହାକୁ ମିଳିବ ମନ୍ତ୍ରିମଣ୍ଡଳରେ ସ୍ଥାନ, ତାହା ଜୁନ ୯ ତାରିଖ ପୂର୍ବରୁ ସ୍ପଷ୍ଟ ହୋଇଯିବ ।

Leave a Reply

Your email address will not be published. Required fields are marked *