ରାଜ୍ୟ

ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ଖୁବ୍ ଶୀଘ୍ର ହେବ ଲାଇଟ ବ୍ୟବସ୍ଥା: ଜିଲ୍ଲାପାଳଙ୍କ ସୂଚନା

ପୁରୀ:ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ଖୁବ୍ ଶୀଘ୍ର ପୁଣି ଲାଇଟ ବ୍ୟବସ୍ଥା ହେବ । ସାମ୍ବାଦିକ ସମ୍ମିଳନୀରେ ଏନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ଚାରିପଟେ ଲଗାଯାଇଥିବା ଲାଇଟ ହଟାଇ ଦିଆଯିବା ଘଟଣାରେ ତଦନ୍ତ କରିବା ପାଇଁ ମୁଖ୍ୟ ସଚିବ ପ୍ରଦୀପ ଜେନା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।କାହିଁକି ଶ୍ରୀମନ୍ଦିରର ଚାରିପାଖରୁ ଲାଇଟ କଢ଼ାଯାଇଛି ତାହାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ଶାସନ ସଚିବ । ୩ଦିନ ତଳେ ଶ୍ରୀମନ୍ଦିରର ଆଲୋକୀକରଣ ପାଇଁ ଲଗାଯାଇଥିଲା ଲାଇଟ୍ ଖୋଲି ଦିଆଯାଇଥିଲା । ଶ୍ରୀମନ୍ଦିର ଭିତରେ କେବୁଲ ଖୋଲୁଥିବା ବେଳେ ୪ଜଣଙ୍କୁ ଅଟକ ରଖି ସିଂହଦ୍ୱାର ଥାନା ପୁଲିସ୍ ପଚରାଉଚରା ଜାରି ରଖିଛି ।

Leave a Reply

Your email address will not be published. Required fields are marked *