ମନୋରଞ୍ଜନ

ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ

ମୁମ୍ବାଇ: ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଗୁରୁବାର ସକାଳେ ପରଲୋକ ଘଟିଛି। ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ।

ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଛାତ୍ର ଜୀବନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା। କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମା ଓ ପୁନେର ଏଫ୍‌ଟିଆଇଆଇରେ ଅଧ୍ୟୟନ କରିଥିଲେ। ବଲିଉଡ୍‌ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମ୍‌ଲକ୍ଷ୍ମଣ, ସାଜନ୍‌ ଚଲେ ଶଶୁରାଲ ଆଦି ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ସେ ଦୁଇଥର ଶ୍ରେଷ୍ଠ ହାସ୍ୟ ଅଭିନେତା ଭାବେ ଫିଲ୍ମଫେୟାର ପୁରସ୍କାର ଲାଭ କରିଥିଲେ।

ଶ୍ରୀଦେବୀଙ୍କ ଅଭିନୀତ ରୂପ କି ରାନୀ, ଚୋରୋଁକା ରାଜା ଚଳଚ୍ଚିତ୍ରରୁ ସେ ନିର୍ଦ୍ଦେଶକ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ପ୍ରେମ୍‌, ହମ୍‌ ଆପ୍‌କେ ଦିଲ୍‌ ମେଁ ରେହତେ ହେଁ, ୱାଦା, ତେରେ ନାମ୍‌ ଓ ତେରେ ସଙ୍ଗ ଆଦି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ। ସମ୍ପ୍ରତି ସେ ରାଜଶ୍ରୀ ପ୍ରଡକ୍ସନର ବହୁଚର୍ଚ୍ଚିତ ଚଳଚ୍ଚିତ୍ର ତାନ୍‌ସେନ୍‌ ନିର୍ମାଣରେ ବ୍ୟସ୍ତ ଥିଲେ। ତାଙ୍କର ବିୟୋଗରେ ଭାରତୀୟ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି।

One thought on “ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ

  • Sushanta Kumar Das

    Very sad news.
    Om shanti

    Reply

Leave a Reply

Your email address will not be published. Required fields are marked *