ରାଜ୍ୟ

ଓଡ଼ିଶାରେ ସୁନା ଖଣିର ସନ୍ଧାନ

ଭୁବନେଶ୍ବର: ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ ମିଳିଛି। ସେଥିମଧ୍ୟରେ କେନ୍ଦୁଝର ଜିଲ୍ଲାର ଗୋପୁର -ଗାଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି।ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚାଲିଛି ଚି଼ହ୍ନଟ ପ୍ରକ୍ରିୟା ଜାରି ରହିଛି।ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା,ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷନ ଚାଲିଛି।ଅପରପକ୍ଷରେ ସୁନ୍ଦରଗଡ଼,ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବା ସୂଚନା ମିଳିଛି। ଓଡ଼ିଶାରେ ସୁନାଖଣି ହେଲେ ଏହା ରାଜ୍ୟର ଅର୍ଥନୀତି ପାଇଁ ବିଶେଷ ଗୁରୁତ୍ବପୂର୍ଣ୍ଣ ହେବ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *