ରାଜନୀତି

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ ଉପରେ ଚଢ଼ି ଆଗକୁ ଯିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ କରିଥିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଛି।ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।ଏହା ସହଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।

Leave a Reply

Your email address will not be published. Required fields are marked *