ମୁଖ୍ୟ ଖବର

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର, :: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।Minati Behera (Photo: Twitter)ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଡ. ମିନତି ବେହେରା ନିଯୁକ୍ତି ପାଇଥିଲେ। ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନାନୁଯାୟୀ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତି ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ବର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ବାଇଁ ଓ ବିଜୟା ବରଓ୍ବାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି। ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ।ସୂଚନାଯୋଗ୍ୟ, ପୂର୍ବ ସରକାରରେ ଏମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା। ବିଜେଡି ନେତ୍ରୀ ମିନତିଙ୍କୁ ୨୦୨୨ ଅକ୍ଟୋବରରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *