ରାଜନୀତି

ସାଂସଦ ସପ୍ତଗିରି ଉଲାକା ହେଲେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଟାସ୍କ ଫୋର୍ସ କମିଟି ସଦସ୍ୟ

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି, ସେଥିରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ କମିଟିରେ ଗ୍ରହଣ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ସୂଚନା ଯୋଗ୍ୟ ଯେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟାସ୍କ ଫୋର୍ସରେ ଅନ୍ୟ ୯ ଜଣ ସଦସ୍ୟ ଅଛନ୍ତି ଏବଂ ୩ ଜଣ ଏକ୍ସ ଅଫିସିଓ ସଦସ୍ୟ ଅଛନ୍ତି। ଏହି ଦୁଇ ନୂଆ ସଦସ୍ୟ ସାମିଲ ହେବା ପରେ ଟାସ୍କ ଫୋର୍ସ ସଦସ୍ୟ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *