ଅପରାଧ

ହାଇକୋର୍ଟରୁ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ

କଟକ: ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ଅଭିଯୁକ୍ତ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଗବନ୍ଧୁଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ତାଙ୍କୁ ସର୍ତ୍ତମୂଳକ ଜାମିନରେ ଛାଡିବାକୁ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଖଣ୍ଡଗିରି ଥାନାରେ ରୁଜୁ ମାମଲାରେ ଭୁବନେଶ୍ବରସ୍ଥିତ ଦୌରା ଅଦାଲତରେ ଜାମିନ ଖାରଜ ହେବା ପରେ ଜଗବନ୍ଧୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଅର୍ଚ୍ଚନା ନାଗ ଘଟଣାରେ ନିଜକୁ ପୀଡିତା ବୋଲି ଦର୍ଶାଇ ଶ୍ରଦ୍ଧାଞ୍ଜଳି ବେହେରା ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ।ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ଅଭିଯୋଗ ଆଧାରରେ ଖଣ୍ଡଗିରି ଥାନାରେ ଅର୍ଚ୍ଚନା, ଜଗବନ୍ଧୁ, ଖଗେଶ୍ବର ପାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଅନ୍ୟପକ୍ଷରେ ଜଗବନ୍ଧୁଙ୍କ ବିରୋଧରେ ଅନ୍ୟ କେତେକ ମାମଲା ରହିଥିବାରୁ ସେ ଏବେ ଜେଲରୁ ବାହାରିବା ସମ୍ଭବ ନୁହେଁ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ବିଶ୍ବଚନ୍ଦନ ମହାନ୍ତି ମାମଲା ପରିଚାଳନା କରୁଥିଲେ।

Leave a Reply

Your email address will not be published. Required fields are marked *