ମୁଖ୍ୟ ଖବର

ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ବିଧାନସଭାର ବଜେଟ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ,ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଯୋଗ ଦେଇଛନ୍ତି। ଏଣେ ବିଜେପି ତରଫରୁ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଉପସ୍ଥିତ ରହିଛନ୍ତି। ଏହାସହ ସିପିଆଇଏମ ବିଧାୟକ ଲକ୍ଷଣ ମୁଣ୍ଡା ମଧ୍ୟ ସର୍ବଦଳୀୟ ବୈଠକରେ ଉପସ୍ଥିତ ଅଛନ୍ତି।ତେଣେ ବିଧାନସଭାର ବଜେଟ ଅଧିବେଶନ ପାଇଁ ସୁରକ୍ଷା  ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୁଲିସ ଡିଜି ସୁନୀଲ ବଂଶଲ। ଏଠାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁତୟନ ହେବେ ୩୦ ପ୍ଲାଟୁନ ପୁଲିସ ଫୋର୍ସ। ଦୁଇଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ଜଣ ଏସିପି, ୧୩ଜଣ ଆଇଆଇଆସି, ୮୫ଜଣ ଅଫିସର ଓ ୨୦୦ଜଣ କନେଷ୍ଟବଳ ମୁତୟନ ହେବେ। ଏହାଛଡ଼ା ବିକ୍ଷୋଭ ସ୍ଥଳ ଉପରେ ବି ପୁଲିସ ନଜର ରଖିବ ବୋଲି ଡିଜି କହିଛନ୍ତି।

Leave a Reply

Your email address will not be published. Required fields are marked *