ମନୋରଞ୍ଜନ

ବର୍ଷାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ଝଟକା ମିଳିଛି। ସୋସିଆଲ ମିଡିଆରେ ଅନୁଭବ ମହାନ୍ତିଙ୍କ ମନ୍ତବ୍ୟ ପ୍ରସଙ୍ଗରେ ବର୍ଷାଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସ୍ବାମୀ ତଥା ସାଂସଦ ଅନୁଭବ ମହାନ୍ତି ସୋସିଆଲ ମିଡିଆରେ ଯେଉଁ ଆକ୍ଷେପ କରିଥିଲେ ତାହାକୁ ଚ୍ୟାଲେଞ୍ଜ କରି ଅଭିନେତ୍ରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। କୋର୍ଟ ଏହି ମାମଲା ବିଚାରକୁ ନେଇ ଅଭିନେତ୍ରୀଙ୍କ ଆବେଦନକୁ ଖାରଜ କରିଛନ୍ତି।

ତେବେ ସାମାଜିକ ଗଣମାଧ୍ୟମରେ ପରସ୍ପରକୁ ଆକ୍ଷେପ ନକରିବା ପାଇଁ କୋର୍ଟ ପୂର୍ବରୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ସୋସିଆଲ ମିଡିଆରେ ପରସ୍ପର ବିରୋଧରେ ଆକ୍ଷେପ ଘଟଣାରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ସୋସିଆଲ ମିଡିଆରେ ସ୍ବାମୀ ସାଂସଦ ଅନୁଭବ ମହାନ୍ତି ବାରମ୍ବାର ଆକ୍ଷେପ କରୁଥିବା ଅଭିଯୋଗରେ ବର୍ଷା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣିରେ ପରସ୍ପର ବିରୋଧରେ କେହି ସୋସିଆଲ ମିଡିଆରେ ଆକ୍ଷେପ କରିବେ ନାହିଁ ବୋଲି ପୂର୍ବରୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ ଅଦାଲତ। ୨୦୨୨ ମେ’ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗରେ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇପାରିବେ ନାହିଁ ବୋଲି କହିଥିଲେ।

ମାମଲାର ବିବରଣୀରୁ ପ୍ରକାଶ ଯେ, ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ଓ ଅନ୍ୟ କେତେକ ମାମଲା ଅଦାଲତରେ ବିଚାରାଧୀନ ଥିବାବେଳେ ଏବେ ସୋସିଆଲ ମିଡିଆରେ ନାନା ପ୍ରକାର କଥା ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ତାଙ୍କ ନାଁରେ ବିଭିନ୍ନ ଚର୍ଚ୍ଚା ହେବା ଯୋଗୁଁ ମର୍ଯ୍ୟାଦାହାନି ହେଉଥିବା ଦର୍ଶାଇ ଏହା ଉପରେ ଅଙ୍କୁଶ ଲଗାଇବାକୁ ବର୍ଷା ହାଇକୋର୍ଟରେ ଆବେଦନ କରିଥିଲେ। ଅନୁଭବ ମହାନ୍ତି ତାଙ୍କର ବ୍ୟକ୍ତିଗତ ଜୀବନ ସମ୍ପର୍କରେ ସୋସିଆଲ ମିଡିଆରେ ବିଭିନ୍ନ କଥା ଆକ୍ଷେପ କରି କହୁଛନ୍ତି। ଅନୁଭବ ଭିଡିଓ ମାଧ୍ୟମରେ ନିଜ ମତ ରଖୁଥିବାବେଳେ ଏ ସବୁ ବର୍ଷାଙ୍କ ଜୀବନ ସହିତ ଜଡିତ। ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବାରୁ ସୋସିଆଲ ମିଡିଆରେ ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ। କୌଣସି ସତ୍ୟତା ନଥିବା ଓ ଭିତ୍ତିହୀନ କଥା ସବୁ ତାଙ୍କ ବିରୋଧରେ କୁହାଯାଉଛି। ଏପରି ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷାଙ୍କ ଆବେଦନରେ ଦର୍ଶାଯାଇଥିଲା।

Leave a Reply

Your email address will not be published. Required fields are marked *