ରାଜ୍ୟ

ବାଲୁଗାଁ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗ ଦେଲେ ଶୁଭ୍ରାଂଶୁ ଶେଖର ମିଶ୍ର

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ସବ ଡିଭିଜନରେ ନୂତନ ଏସଡିପିଓ ଭାବେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ଓପିଏସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର। ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏସଡିପିଓ ଭାବେ ଶ୍ରୀ ମିଶ୍ର କାର୍ଯ୍ୟରତ ଥିଲେ। ଭଞ୍ଜନଗର ପୋଲିସ ସବ ଡିଭିଜନରେ ତିନି ବର୍ଷରୁ ଊର୍ଦ୍ଧ୍ଵ ସମୟ କାର୍ଯ୍ୟକାଳରେ ଶ୍ରୀ ମିଶ୍ର ଅନେକ ଜନହିତକର କାର୍ଯ୍ୟ କରି ପ୍ରଶଂସାର ପାତ୍ର ପାଲଟିଥିଲେ। ତତସହିତ ଭଞ୍ଜନଗର ପୋଲିସ ଉପଖଣ୍ଡରେ ଆଇନ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ଶ୍ରୀ ମିଶ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି।

ତେବେ ବାଲୁଗାଁ ପୋଲିସ ଉପଖଣ୍ଡରେ ଅପରାଧିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା, ଆଇନ ଶୃଙ୍ଖଳା ରକ୍ଷା କରିବା ସହ ବାଣପୁର ଓ ବାଲୁଗାଁ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁଧାରିବା ପ୍ରାଥମିକତା ରହିବ ବୋଲି ନୂତନ ଏସଡିପିଓ ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *