ମୁଖ୍ୟ ଖବର

ନିରାଶ ହେଲେ ପ୍ରଭାତ ବିଶ୍ୱାଳ

କଟକ : କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କର ଚିଟ୍‌ଫଣ୍ଡ ସଂସ୍ଥା ସି-ସୋର ସହ ଆର୍ଥିକ କାରବାର ଅଭିଯୋଗ ମାମଲାରେ ହାଇକୋର୍ଟରେ ଶୁଣାଣି ହୋଇଛି।
ଆସନ୍ତା ୨ ମାସ ମଧ୍ୟରେ ଚାର୍ଜଫ୍ରେମ କରି ବର୍ଷକରେ ବିଚାର ଶେଷ କରିବାକୁ ସିବିଆଇ କୋର୍ଟକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟ ନିର୍ଦ୍ଦେଶ ନେଇ ସିବିଆଇ ଓକିଲ ସାର୍ଥକ ନାୟକ ସୂଚନା ଦେଇଛନ୍ତି।
ତେବେ ଏ ନେଇ ଚାର୍ଜସିଟରୁ ନାଁ ବାଦ ଦେବା ଓ ଏତଲା ରଦ୍ଦ ପାଇଁ ପ୍ରଭାତ ହାଇକୋର୍ଟ ଯାଇଥିଲେ। ହେଲେ ସେ ନିରାଶ ହୋଇଛନ୍ତି। ତେବେ ବର୍ଷକ ଭିତରେ ଏହି ମାମଲା ବିଚାର ସରିବ ବୋଲି ଅନ୍ୟପକ୍ଷରେ ଏକପ୍ରକାର ସ୍ପଷ୍ଟ ହୋଇଯାଇଛି।

ସୂଚନାଯୋଗ୍ୟ, ଚିଟ୍‌ଫଣ୍ଡ ସଂସ୍ଥା ସି-ସୋର ମାମଲାରେ ପୂର୍ବତନ ବିଧାୟକ ପ୍ରଭାତଙ୍କୁ ସିବିଆଇ ଗିରଫ କରିଥିଲା । ସି-ସୋର ସହ ଆର୍ଥିକ କାରବାରରେ ସମ୍ପୃକ୍ତି ରହିଥିବା ଅଭିଯୋଗରେ ସେ ଗିରଫ ହୋଇଥିଲେ।

Leave a Reply

Your email address will not be published. Required fields are marked *