ଦେଶ- ବିଦେଶ

ମେ’ ୪ରେ ଭାରତ ଆସିବେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଆସନ୍ତା ମେ’ ୪ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ୨୦୧୪ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ପରେ ବର୍ତ୍ତମାନ ପାକିସ୍ତାନୀ ନେତାଙ୍କ ଏହା ପ୍ରଥମ ଭାରତ ଗସ୍ତ ହେବ। ତେବେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗ ଦେବେ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ମେ’ରେ ହେବାକୁ ଥିବା ଏହି ଏସସିଓ ବୈଠକ ପାଇଁ ପାକିସ୍ତାନର ବିଲାୱାଲ ଭୁଟ୍ଟୋ ଏବଂ ଚାଇନାର ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗ ସମେତ ଅନ୍ୟ ଦେଶର ବୈଦେଶିକ ମନ୍ତ୍ରୀଙ୍କୁ ଭାରତ ଆମନ୍ତ୍ରିତ କରିଛି। ଏସସିଓର ଶେଷ ବୈଠକ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *