ରାଜ୍ୟ

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବାଣପୁର : ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲପାଳ ପ୍ରତାପ ଚଦ୍ର ବେଉରା, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ, ଉପ ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତରାୟ ଆଦି ଉପସ୍ଥିତ ଥିଲେ। ଶିବିରରେ ସମୁଦାୟ ୮୮ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୮୧ ଗୋଟି ବ୍ୟକ୍ତିଗତ ଓ ୪ ଗୋଟି ଗୋଷ୍ଠୀ ଅଭିଯୋଗ ଅଟେ। ସେହିପରି ଭାବେ ୩ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା l ଉକ୍ତ ଶିବିରରେ ବିଡ଼ିଓ ଶୀତଲ ଅଗ୍ରୱାଲ , ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତିଙ୍କ ସମେତ ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ତତ୍ୱାବଧାନରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

Leave a Reply

Your email address will not be published. Required fields are marked *