ଦେଶ- ବିଦେଶ

ଇମ୍ରାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ

ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କ ଗିରଫଦାରୀକୁ ବେଆଇନ ଘୋଷଣା କରିଛନ୍ତି। ଏହାପୂର୍ବରୁ ପ୍ରଧାନ ବିଚାରପତି ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ ଖାନଙ୍କୁ ଶୁକ୍ରବାର ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ କହିଛନ୍ତି।

ଇମ୍ରାନ ଖାନଙ୍କ ଗିରଫଦାରୀ ସମ୍ପର୍କରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ଉମର ଅତା ବାନ୍ଦିଆଲଙ୍କ ଅଧ୍ୟକ୍ଷତାରେ ହୋଇଥିବା ଶୁଣାଣିରେ ଇମ୍ରାନଙ୍କ ଗିରଫଦାରୀକୁ ନେଇ କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ସହିତ ତାଙ୍କ ଗିରଫ ବେଆଇନ ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *