ମୁଖ୍ୟ ଖବର

ଥାନା ଅଧିକାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି | ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି |ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି | ସମ୍ବଲପୁର, ବରଗଡ଼ ଓ ସୋନପୁରର ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଛନ୍ତି |

Leave a Reply

Your email address will not be published. Required fields are marked *