ମୁଖ୍ୟ ଖବର

ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ପ୍ରଧାନମନ୍ତ୍ରୀ

ବାଲେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ସେ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ଓ ବଗି ନିକଟକୁ ଯାଇ ଘଟଣାସ୍ଥଳର ସ୍ଥିତି ଦେଖିଛନ୍ତି। ପ୍ରାୟ ଅଧ ଘଣ୍ଟା ଧରି ଘଟଣାସ୍ଥଳରେ ରହି ସ୍ଥିତି ପରଖିଛନ୍ତି। ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗର ‌ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାରଫୋର୍ସ ଷ୍ଟେସନରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବାହାନଗାରେ ଅପରାହ୍‌ଣ ୩ଟା ୪୦ରେ ପହଞ୍ଚି ଥିଲେ। ସେଠାରୁ ସେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବାୟୁସେନାର ଅଧିକାରୀଙ୍କ ସହିତ ଟ୍ରେନ୍‌ ଦୁର୍ଘଟଣାସ୍ଥଳକୁ ଯାଇଥିଲେ। ସେହିପରି ମୋଦୀଙ୍କ ଗସ୍ତ ସମୟରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *