ଅପରାଧ

ଟ୍ରକ ଦୁର୍ଘଟଣାରେ ଜଣେ ମୃତ୍ୟୁ

ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ନୂଆଗଡ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ଗୋଟିଏ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।

ଖବର ମୁତାବକ ଗତକାଲି ବିଳମ୍ବିତ ରାତିରେ ଏକ ପାର୍ସଲ ଭ୍ୟାନ (କାର୍ଗୋ ଟ୍ରକ ) ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ନିକଟରେ ଏକ ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ପାର୍ସଲ ଭ୍ୟାନର କ୍ୟାବିନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଭ୍ୟାନ ଚାଳକ କ୍ୟାବିନ ମଧ୍ୟରେ ଚାପି ହୋଇଯାଇଥିଲେ।

ଖବର ପାଇ ବାଲୁଗାଁ ପୋଲିସ ଓ ଅଗ୍ନିଶମ ବିଭାଗ ଦୁର୍ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ ଗାଡ଼ି ଚାଳକଙ୍କୁ ଉଦ୍ଧାର କରିଥିବା ବେଳେ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ତେବେ ଗାଡ଼ି ଚାଳକଙ୍କ ପରିଚୟ ଅଦ୍ୟାବଧି ମିଳିପାରିନଥିବା ବେଳେ ପୋଲିସ ଶବ ଓ ଗାଡ଼ି ଜବତ କରି ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *