ମୁଖ୍ୟ ଖବର

ଟମାଟୋ ଦର କମାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ:  ଆସନ୍ତାକାଲି ଅର୍ଥାତ୍‌ ୨୦ ଜୁଲାଇ, ୨୦୨୩ ଠାରୁ କିଲୋପ୍ରତି ୭୦ ଟଙ୍କାର ଖୁଚୁରା ଦରରେ ଟମାଟୋ ବିକ୍ରିକରିବା ଲାଗି ଭାରତସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ଏନସିସିଏଫ୍ ଏବଂ ନାଫେଡକୁ ନିର୍ଦ୍ଦେଶ ଦିଆଯାଇଛି । ଟମାଟୋର ପାଇକାରୀ ମୂଲ୍ୟ ହ୍ରାସକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏନସିସିଏଫ ଏବଂ ନାଫେଡ ଦ୍ୱାରା କିଣାଯାଇଥିବା ଟମାଟୋକୁ ଜୁଲାଇ ୧୬, ୨୦୨୩ ଠାରୁ କିଲୋପ୍ରତି ୯୦ ଟଙ୍କା ଏବଂ ୮୦ ଟଙ୍କାରେ ଯୋଗାଇ ଦିଆଯାଇଥିଲା । ବର୍ତ୍ତମାନ ୭୦ ଟଙ୍କାରେ ଟମାଟୋ ବିକ୍ରି କରାଯିବା ଦ୍ୱାରା ଉପଭୋକ୍ତାମାନେ ବିଶେଷ ଲାଭବାନ ହୋଇପାରିବେ।ସୂଚନାଯୋଗ୍ୟଯେ, ଗତ ୧  ମାସ ହେବ ଦେଶର ବିଭିନ୍ନସ୍ଥାନରେ ଟମାଟୋର ଖୁଚୁରାମୂଲ୍ୟ ବୃଦ୍ଧି ପାଇଥିଲା । ଦରବୃଦ୍ଧି ଉପରେ ଅଙ୍କୁଶ ଲଗାଇବା ପାଇଁ ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକର ବିଭିନ୍ନ ମଣ୍ଡିରୁ ଟମାଟୋ କିଣି ବିଭିନ୍ନସ୍ଥାନରେ ବିକ୍ରିକରିବା ଲାଗି ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ନାଫେଡଏବଂ ଏନ୍‌ସିସିଏଫକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଦୁଇ ସଂସ୍ଥା ଗତକାଲି ସୁଦ୍ଧା ୩୯୧ ମେଟ୍ରିକଟନ୍ ଟମାଟୋ କିଣି ଶସ୍ତାଦରରେ ଉପଭୋକ୍ତାଙ୍କୁ ଯୋଗାଇଦେଇଛନ୍ତି । ଦିଲ୍ଲୀ-ଏନସିଆର, ରାଜସ୍ଥାନ, ଉତ୍ତରପ୍ରଦେଶଏବଂବିହାରର ପ୍ରମୁଖ ଉପଯୋଗ କେନ୍ଦ୍ରରେ ଖୁଚୁରା ଉପଭୋକ୍ତାଙ୍କୁ ଏହି ଦୁଇ ସଂସ୍ଥା ଦ୍ୱାରା ଟମାଟୋ ବିକ୍ରି କରାଯାଉଛି ।

Leave a Reply

Your email address will not be published. Required fields are marked *