ରାଜନୀତି

କେନ୍ଦ୍ର ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସ୍ବୀକୃତ

ନୂଆଦିଲ୍ଲୀ: ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରାଯାଇଥିବା କଥା ଆଜି ଲୋକସଭାର ବାଚସ୍ପତି କହିଛନ୍ତି।

ବାଚସ୍ପତି ଓମ୍‌ ବିର୍ଲା କହିଛନ୍ତି, ସବୁ ରାଜନୈତିକ ଦଳ ସହିତ କଥାବାର୍ତ୍ତା କରିବି ଓ ନୀତିନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ସୂଚନା ଦେବି।

ଆଜି କଂଗ୍ରେସ ଓ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଉକ୍ତ ଅନାସ୍ଥା ପ୍ରସ୍ତାବ ଲୋଡ଼ି ନୋଟିସ୍‌ ଦାଖଲ କରିଥିଲେ। ଏହି ନୋଟିସ୍‌କୁ ଲୋକସଭାରେ କଂଗ୍ରେସର ଉପନେତା ଗୌରବ ଗୋଗୋଇ ଲୋକସଭା ସେକ୍ରେଟେରି ଜେନେରାଲ୍‌ଙ୍କ କାର୍ଯ୍ୟାଳୟରେ ଦାଖଲ କରିଥିଲେ।

ସେହିପରି, ‘ଭାରତ ରାଷ୍ଟ୍ର ସମିତି’ (ବିଆର୍‌ଏସ୍‌) ଫ୍ଲୋର୍‌ ଲିଡର୍‌ ନାଗେଶ୍ବର ରାଓ ଅନାସ୍ଥା ପ୍ରସ୍ତାବ ପାଇଁ ବାଚସ୍ପତିଙ୍କ ନିକଟରେ ପୃଥକ୍‌ ନୋଟିସ୍‌ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *