ମୁଖ୍ୟ ଖବର

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, : ଆସନ୍ତା ୩୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ସୋନପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ୩୦ ଓ ୩୧ ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଅନ୍ୟାନ୍ୟ ଜିଲାରେ ମଧ୍ୟ ବର୍ଷା ହେବ। ଏହି ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ ପାଣିପାଗ ବିଜ୍ଞାନୀ ଆଶାବାଦୀ ରହିଛନ୍ତି।
ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *