ମହାନଗର

ଆଜି ସନ୍ଧ୍ୟାରୁ କଟକ ଓ ଭୁବନେଶ୍ୱରରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହି ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ସୋମବାର) ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି।

ତେବେ ବିଳମ୍ବିତ ରାତି ସୁଦ୍ଧା ଟୁଇନ୍‌ ସିଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ଅତି ପ୍ରବଳ ବର୍ଷା କାରଣରୁ ଯାତାୟାତ କାଳରେ ଦୃଶ୍ୟମାନ ଦୂରତାରେ ସମସ୍ୟା ସହ ରାସ୍ତାଘାଟ ତଥା ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ଏଥିସହ ବଜ୍ରାଘାତ ପ୍ରତି ବିପଦ ରହିଥିବାରୁ ଏସବୁ ଦିଗ ପ୍ରତ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *