ମୁଖ୍ୟ ଖବର

ଥାନା ଜାଳିଦେଲେ ଓ ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡେଇ ପିଟିଲେ

ଫିରିଙ୍ଗିଆ, : କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଇଛନ୍ତି। ଶନିବାର ଫିରିଙ୍ଗିଆ-ବାଲିଗୁଡା ମୁଖ୍ୟ ରାସ୍ତାକୁ ଉତ୍ୟକ୍ତ ଲୋକ ଅବରୋଧ କରିଛନ୍ତି। ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଳିକ, ତହସିଲଦାର ଏମ୍‌ ଅନୁରାଧାଙ୍କୁ ଲୋକେ ଲୋକେ ଗୋଡାଇ ଗୋଡାଇ ପିଟିଛନ୍ତି। ଏହାପରେ ଥାନା ଭିତରେ ପସି ପୋଡା ଜଲା କରିବା ସହ ଜବତ ଗାଡିକୁ ଲୁଟି ନେଇଛନ୍ତି। ଏହାପରେ ଉତ୍ୟକ୍ତ ଜନତା ଥାନା ଭିତରକୁ ପ୍ରବଳ ଟେକା ପଥମ ମାଡ କରିଛନ୍ତି। ଘଟଣାସ୍ଥଳରେ ଫୋର୍ସ ଅଧିକ ନ ଥିବାରୁ ପରିସ୍ଥିତି ଉତେଜନାପୂର୍ଣ୍ଣ ରହିଛି।

ସୂଚନାଯୋଗ୍ୟ, ଫିରିଙ୍ଗିଆ ଥାନା ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଅଭିଯୋଗ କରି ଏବଂ ଥାନାଧିକାରୀ ତପନ କୁମାର ନାହାକଙ୍କ ଗିରଫ ଦାବିରେ ଲୋକେ ରାସ୍ତାରୋକ କରିଥିଲେ। ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଆସି ରାସ୍ତା ଅବରୋଧ କରିଥିଲେ। ପ୍ରାୟ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ରାସ୍ତାରୋକ ଚାଲିଥିଲା। ସଦର ଏସଡିପିଓ ମଲ୍ଲିକ ଏବଂ ତହସିଲଦାର କିଛି ଫୋର୍ସଙ୍କ ସହ ଘଟଣାସ୍ଥଳକୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଉତ୍ୟକ୍ତ ଲୋକେ ଠେଲା ପେଲା ଆରମ୍ଭ କରି ଦେଇଥିଲେ। ଏହାପରେ ଉଭୟଙ୍କୁ ଗୋଡେଇ ଗୋଡେଇ ପିଟିଥିଲେ। ପରେ ସେମାନେ କିଛି ଫୋର୍ସଙ୍କ ସହ ଆସି ଥାନାରେ ପହଞ୍ଚିଥିଲେ। ହେଲେ ଲୋକେ ସେଠାକୁ ମଧ୍ୟ ଗୋଡେଇ ଆସି ଥାନା ଭିତରକୁ ପଶିଥିଲେ। ସେଠାରେ ପୋଲିସ ଏବଂ ଲୋକଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଏହାପରେ ପରିସ୍ଥିତି ଅଣାୟତ ହୋଇପଡିଥିଲା। ଖବର ଅନୁସାରେ ଏସଡିପିଓ ଏବଂ ତହସିଲଦାର ଘଟଣାରେ ଆହତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *