ମୁଖ୍ୟ ଖବର

ସୁରେଶ ମହାପାତ୍ର ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ବିଦ୍ୟୁତ ନିୟାମକ ପ୍ରାଧିକରଣ (ଓଇଆରସି)ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ। ଶକ୍ତି ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ ମହାପାତ୍ର ଅବସର ନେଲା ପରେ ନୂତନ ଦାୟିତ୍ବ ଗ୍ରହଣ କରିବେ।

ସୂଚନାଯୋଗ୍ୟ, ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ୨୦୨୧ ମସିହା ଜାନୁଆରି ୧ ତାରିଖରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଥିଲେ। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି ଯାଏ ସେ ଏହି ପଦବିରେ କାର୍ଯ୍ୟ କରିବାର ଥିଲା। କିନ୍ତୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳକୁ ୨ ଥା ବୃଦ୍ଧି କରିଥିଲେ।ପ୍ରଶାସନିକ ମହଲରେ ଜଣେ ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ମହାପାତ୍ର ଦୀର୍ଘ ୩୪ ବର୍ଷର ଚାକିରି ଜୀବନରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦବିରେ ସଫଳତାର ସହ କାର୍ଯ୍ୟ କରି ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।

Leave a Reply

Your email address will not be published. Required fields are marked *