ମୁଖ୍ୟ ଖବର

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହି କାରଣରୁ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଜଣାଯାଇଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି। ଆଗାମୀ ୧୨ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇଛି। ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି।ଏହି ଘୂର୍ଣ୍ଣିବଳୟ ପ୍ରଭାବରେ, ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟା ଧରି ପ୍ରବଳ ବର୍ଷାର ଆକଳନ କରାଯାଇଛି । ଏଥିପାିଁ ୧୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ୨୦ସେମିରୁ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *