ଅପରାଧ

ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ଆତ୍ମହତ୍ୟା କଲେ ସ୍ତ୍ରୀ

ଖୋର୍ଦ୍ଧା : ଖୋର୍ଦ୍ଧା ସଦର ଥାନା ବଣିଆଟାଙ୍ଗି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ସ୍ତ୍ରୀ’ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଦମ୍ପତ୍ତି ହେଲେ ସମରେନ୍ଦ୍ର ସେନାପତି(୪୦) ଓ ସୁନିତା(୩୫)। ପୋଲିସ ମୃତଦେହ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ପାରିବାରିକ କଳହରୁ ଉଭୟ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ତାଙ୍କର ଦୁଇଟି ଝିଅ ଓ ଗୋଟିଏ ପୁଅ ଅଛି।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ପ୍ରଥମେ ଘର ଭିତରୁ ସମରେନ୍ଦ୍ରଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ଖବରପାଇ ପରିବାର ଲୋକେ ପହଞ୍ଚି ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲକୁ ନେଇଥିଲେ। ଏହାର କିଛି ସମୟ ପରେ ମ୍ରିୟମାଣ ହୋଇ ସ୍ତ୍ରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ଆତ୍ମହତ୍ୟା ଖବରପାଇ ସ୍ତ୍ରୀ ଏଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *