ରାଜ୍ୟ

ସାପ ଚୋଟରେ ମା ଓ ୨ ବର୍ଷର ଶିଶୁ କନ୍ୟା ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଥମୁନି ସର୍ପାଘାତ ଜନିତ ମୃତ୍ୟୁ। ଆଜି ବିଷାକ୍ତ ସାପ ଚୋଟରେ ଦୁଇ ଜୀବନ ଚାଲିଯାଇଛି। ଜିଲ୍ଲାର ନୟାକୋଟ ଥାନା ଅନ୍ତର୍ଗତ ମୁଁରୁସଁଆ ରୁଗୁଡି ସାହିରେ ଶୁକ୍ରବାର ରାତିରେ ଖାଇପିଇ ଶୋଇଥିବା ସମୟରେ ଗ୍ରାମର ସୁଖମନି ମୁଣ୍ଡା ଏବଂ ତାଙ୍କର ୨ ବର୍ଷର ଶିଶୁ କନ୍ୟାକୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ଭୋର ସକାଳ ସମୟରେ ମା ଓ ଶିଶୁ ଅସୁସ୍ଥ ହୋଇପଡ଼ିଥିବାବେଳେ କିଛି ସମୟ ମଧ୍ୟରେ ଶିଶୁ କନ୍ୟାର ମୃତ୍ୟୁ ହୋଇଯାଇଥିଲା ଏବଂ ଗୁରୁତର ଅବସ୍ଥାରେ ସୁଖମନିଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଙ୍କୁ ଅଣାଯାଇଥିଲା।ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ପରିବାରରେ ରହିଥିବା ବର୍ଷକର ଶିଶୁ କନ୍ୟା ସମେତ ୩ ଶିଶୁ ମାତୃ ଶୂନ୍ୟ ହୋଇ ଯାଇଥିବାବେଳେ ସ୍ବାମୀ ସୁରେନ ମୁଣ୍ଡା ଭାଙ୍ଗିପଡିଛନ୍ତି। ଏହି ଘଟଣାକୁ ନେଇ ମୁରୁସୁଆଁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଘଟଣାସ୍ଥଳରେ ନୟାକୋଟ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *