ଅପରାଧ

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛାତ୍ରଙ୍କ ଜୀବନହାନି

କଟକ: ଗଣେଶ ପୂଜାରେ ଅଘଟଣ। ନରାଜରେ ଥିବା ଏକ ଘରୋଇ ବିଶ୍ବବିଦ୍ୟାଳୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ୩ ଜଣ ଛାତ୍ର। ଜଣଙ୍କର ମୃତ୍ୟୁ। ଅନ୍ୟ ୨ ଗୁରୁତର। ସୂଚନା ଅନୁଯାୟୀ, ଛାତ୍ରମାନେ ଏକ ଟ୍ରାକ୍ଟରେ ଗଣେଶ ପୂଜା ପାଇ ଗଣେଶ ମୂର୍ତ୍ତି ନେବା ସମୟରେ ୩ ଜଣ ଛାତ୍ର ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ହେଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ।ଦୁଇ ଆହତଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ଦୁଇ ଗୁରୁତରଙ୍କ ମୁଣ୍ଡରେ ଅଧିକ ଆଘାତ ଲାଗିଛି। ତେବେ ଏନେଇ ବିଶ୍ବବିଦ୍ୟାଳୟ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

Leave a Reply

Your email address will not be published. Required fields are marked *