ରାଜନୀତି

କଂଗ୍ରେସରେ ଯୋଗଦେଲେ ଜୟରାମ ପାଙ୍ଗି

କୋରାପୁଟ,: କୋରାପୁଟ ଜିଲାର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ତଥା ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗି ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶନିବାର କଂଗ୍ରେସରେ ଯୋଗଦେଇଛନ୍ତି। ଗତ ୩ ମାସ ହେଲା ଶ୍ରୀ ପାଙ୍ଗି କଂଗ୍ରେସରେ ଯୋଗଦେବେ ବୋଲି ଆଲୋଚନା ହେଉଥିବା ବେଳେ ଆଜି ସେ ବିଧିବଦ୍ଧ ଭାବେ ଦଳରେ ଯୋଗଦେଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଦେଶ ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକଙ୍କ ଉପସ୍ଥିତିରେ ଶ୍ରୀ ପାଙ୍ଗୀ କଂଗ୍ରେସରେ ଯୋଗ ଦେଇଛନ୍ତି। ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ। ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। କିଛି ମାସ ତଳେ ସେ ଭାଜପା ଛାଡ଼ି ସେ ବିଆର୍‌ଏସ୍‌ରେ ଯୋଗ ଦେଇଥିଲେ

Leave a Reply

Your email address will not be published. Required fields are marked *