ଶିକ୍ଷା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ନିମାପଡ଼ା: ପୁରୀ ଜିଲ୍ଲା ନିମାପଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ମୁଖ୍ୟଅତିଥି ଭାବେ ନିମାପଡା ବିଧାୟକ ସମୀର ରଂଜନ ଦାଶ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଜଣେ ଜଣେ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସଞ୍ଜୟ କୁମାର ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଉକ୍ତ ଉତ୍ସବ ରେ ସମ୍ମାନୀତ ଅତିଥିଭାବେ ଓଡିଶା ଶିକ୍ଷାବିକାଶ ସମିତି ପୂର୍ବ ସମ୍ଭାର ସଭାପତି କୁଳମଣି ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନିର୍ମଳ କୁମାର ମିଶ୍ର, ସମ୍ପାଦକ ରମେଶ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗଦେଇଥିଲେ । ବିଦ୍ୟାଳୟ ର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ମାନେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।

Leave a Reply

Your email address will not be published. Required fields are marked *