ମୁଖ୍ୟ ଖବର

୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।

ଏଥିରେ ଖୋର୍ଦ୍ଧା ଜିଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ

Leave a Reply

Your email address will not be published. Required fields are marked *