ରାଜ୍ୟ

ସରସ୍ବତୀ ଶିଶୁ ଵିଦ୍ୟା ମନ୍ଦିର,ରିଆମାଳ ରେ ସାଧାରଣତନ୍ତ୍ର ଦିବସ ପାଳିତ

ରିଆମାଳ : ଶୁକ୍ରବାର ଦିନ ଆମ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,ରିଆମାଳ ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରିଆମାଳ ର ପୂର୍ବତନ ସରପଞ୍ଚ ମାନନୀୟ ଶ୍ରୀଯୁକ୍ତ ତରଣୀ ସେନ ପ୍ରଧାନ ଯୋଗ ଦେଇଥିଲେ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁଧିଷ୍ଠିର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂପାଦକ ଧୀରେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।ଆଚାର୍ଯ୍ୟ ହେମନ୍ତ କୁମାର ପ୍ରଧାନ ମଂଚ ପରିଚାଳନା କରିଥିଲେ।ଶିଶୁ ଭଉଣୀ ମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ।ଶିଶୁଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା।କାର୍ଯ୍ୟକ୍ରମ ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।ଗୁରୁଜୀ ଗୁରୁମା,ସେବକ,ଶୁଭେଚ୍ଛୁ ସମସ୍ତଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସୁଚାରୁ ରୁପେ ସମ୍ପାଦିତ ହୋଇଥିଲା।

Leave a Reply

Your email address will not be published. Required fields are marked *