ମୁଖ୍ୟ ଖବର

ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା

Spread the love

ଝାରସୁଗୁଡା, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି।ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନହୋଇଛି। ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି। ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ ହୋଇଛି। ଭୀମସାର ଓ ଏମକେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ କରିଛନ୍ତି। ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ର୍ନିମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ କରିଛନ୍ତି। ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ। ସେହିପରି ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିଛନ୍ତି ମୋଦି।

Leave a Reply

Your email address will not be published. Required fields are marked *

error: Content is protected !!