ରାଜ୍ୟ

ମୋଦିଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

Spread the love

ଝାରସୁଗୁଡା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ, ଆଇଟିଆଇ ଛାତ୍ରୀ ମୋଦିଙ୍କୁ ଫଟୋ ଦେଇଥିଲେ। ଏହା ଦେଖି ମୋଦି ଖୁସି ହେବା ସହିତ କିଛି ସମୟ କଥା ହୋଇଥିଲେ।ସୂଚନାଯୋଗ୍ୟ, ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!