ମୁଖ୍ୟ ଖବର

ଗିରଫ ହେବେ କି ଆଇଏଏସ୍ ବିଷ୍ଣୁପଦ ସେଠୀ : ଲାଗିଲା ଶକ୍ତ ଝଟ୍‌କା

Spread the love

ଭୁବନେଶ୍ୱର,: ବଢ଼ିଲା IAS ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ। ହାଇକୋର୍ଟରେ ବିଷ୍ଣୁପଦଙ୍କ ଆବେଦନ ଖାରଜ ହୋଇଛି। ୧୦ ଲକ୍ଷ ଲାଞ୍ଚ ଘଟଣାରେ ବିଷ୍ଣୁପଦଙ୍କ ଘରେ CBI ରେଡ ହୋଇଥିଲା। ଲାଞ୍ଚ ମାମଲାରେ ତାଙ୍କ ଘରକୁ ରେଡ କରାଯାଇଥିଲା। ରେଡକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟ ଯାଇଥିଲେ। ପ୍ରାରମ୍ଭିକ ଶୁଣାଣିରେ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ।ଏଥିସହ ହାଇକୋର୍ଟଅନ୍ତରୀଣ ଅଙ୍କୁଶକୁ ହଟାଇ ଦେଇଛନ୍ତି । ଅନ୍ତରୀଣ ଅଙ୍କୁଶ ହଟିଥିବାରୁ ବିଷ୍ଣୁପଦଙ୍କୁ ଗିରଫ ସମ୍ଭାବନା ବଢ଼ିଲାଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ଲିଙ୍କ୍‌ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ୍‌ କରାଯାଇଥିଲା।ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାମରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା। ସିବିଆଇ ରେଡ୍‌କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ଏବେ ଅନ୍ତରୀଣ ଅଙ୍କୁଶ ହଟାଇ ଦିଆଯାଇଥିବାରୁ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢିଛି। ସେ ଗିରଫ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

error: Content is protected !!