ଓଡ଼ିଶା ପାଇଁ ଅର୍ଥର ଅଭାବ ନାହି : ନୀତିନ ଗଡ଼କରୀ
ଭୁବନେଶ୍ୱର,: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଏଥରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ୍କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଗଡ଼କରୀ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି।ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି। ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା। ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକରାତ୍ମକ ଚିନ୍ତା ଏବଂ ଟ୍ରାନ୍ସପରେନ୍ସି ହେବ ଆବଶ୍ୟକ। ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର, ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ ବୋଲି ମନ୍ତ୍ରୀ ଗଡ଼କରୀ କହିଛନ୍ତି। ଏପରିକି ସରକାର ସଚ୍ଚୋଟ ହୋଇ ତୁରନ୍ତ ଶୀଘ୍ର ନିଷ୍ପତ୍ତି ନେବା ଦରକାର। ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ରହିଛି ବୋଲି ଗଡ଼କରୀ କହିଛନ୍ତି।
