ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟଭାରତର ପ୍ଲେଇଂ ଇଲେଭେନ: ଅଭିଷେକ ଶର୍ମା, ଶୁଭମନ ଗିଲ୍, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଜିତେଶ ଶର୍ମା, ଶିବମ ଦୁବେ, ଅକ୍ଷରପଟେଲ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମ୍ରାହ ଓ ବରୁଣ ଚକ୍ରବର୍ତ୍ତୀ।ମ୍ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ମ୍ୟାଚ୍ ଉପଭୋଗ କରିବେ।
ମ୍ୟାଚ୍ରେ ଟସ୍ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାରୁ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିଥିଲା।ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପଡ଼ିଆକୁ ଓହ୍ଲାଇଛି। ଦଳରେ ଶୁଭମନ ଗିଲ୍ ଫିଟ୍ ହୋଇ ପ୍ଲେଇଂ ଇଲେଭେନକୁ ଫେରିଛନ୍ତି। ତେବେ ସଞ୍ଜୁ ସାମସନ, ହର୍ଷିତ ରାଣା, ୱାଶିଂଟନ ସୁନ୍ଦର ଏବଂ କୁଲଦୀପ ଯାଦବଙ୍କୁ ବାଦ୍ ଦିଆଯାଇଛି।i
