ରାଜ୍ୟ

୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Spread the love

ଭୁବନେଶ୍ୱର,: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖ ସକାଳ ୧୦ଟା ୩୦ରୁ ୟୁନିଟ୍‌-୨ ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଶୁକ୍ରବାରଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରାଯିବା ପର୍ଯ୍ୟନ୍ତ ଖୋଲାରହିବ। ଏଥିଲାଗି ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ(https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜର ଅଭିଯୋଗପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଉପରୋକ୍ତ ସ୍ଥାନକୁ ଆସିବା ପାଇଁ ମୋବାଇଲ ଫୋନ୍‌ ଦ୍ୱାରା ଉଦ୍ଦିଷ୍ଟ କ୍ୟୁଆର୍‌ କୋଡ୍‌କୁ ସ୍କାନ୍‌ କରି ଗୁଗ୍‌ଲ ମ୍ୟାପ୍‌ ସାହାଯ୍ୟରେ ଜନଶୁଣାଣି ସ୍ଥଳରେ ପହଞ୍ଚିବାର ସୁବିଧା ବ୍ୟବସ୍ଥା ମଧ୍ୟ ବିଭିନ୍ନ ଖବରକାଗଜରେ ପ୍ରକାଶନ ଦ୍ୱାରା କରାଯାଇଛି। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!